ଜିଲ୍ଲା

ଫିରିଙ୍ଗିଆ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପିଏମ ଶ୍ରୀ ବାର୍ଷିକ ଉତ୍ସବ

ଫିରିଙ୍ଗିଆ,୨/୪-କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପିଏମଶ୍ରୀ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ବିଦ୍ୟାଳୟ ଟି ପିଏମଶ୍ରୀ ଯୋଜନା ରେ ସାମିଲ ହେବା ପରେ ପ୍ରଥମ ଥର ପାଇଁ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟ ର ଅଧକ୍ଷ କୈଳାଶ ଚନ୍ଦ୍ର ସିଂ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବ ରେ ସାଂସଦ ପ୍ରତିନିଧି ଗୋଲକ ବିହାରୀ କହଁର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟ୍ୟରେ ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଡା.ଚିତ୍ତରଞ୍ଜନ ମିଶ୍ର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଯୋଜନା ର ସଫଳ ରୂପାୟନ କିଭଳି ହୋଇପାରିବ ଓ ଏହି ଯୋଜନା କୁ ସଫଳ କରିବାରେ ଛାତ୍ରଛାତ୍ରୀ ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଭୂମିକା କଣ ରହିବା ଦରକାର ସେ ବିଷୟରେ ବକ୍ତବ୍ୟ ରଖିଥିଲେ I ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ନବକିଶୋର ସାହୁ,ଡିଣ୍ଡିରାଗାଁ ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ବିଧାୟକ ପ୍ରତିନିଧି ପ୍ରଶାନ୍ତ କମ୍ପ, କୁଇ ଭାଷା ଲେଖକ ତଥା ଉକ୍ତ ବିଦ୍ୟାଳୟ ର ବରିଷ୍ଠ ପୁରାତନ ଛାତ୍ର ଦୀନବନ୍ଧୁ କହଁର, ଗୋଚ୍ଛାପଡା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ, ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ପାଢ଼ୀ, ବିଦ୍ୟାଳୟ ର ସଭାପତି ଦୁଃଶାସନ କହଁର, ସ୍ଥାନୀୟ ୱର୍ଡ ସଭ୍ୟା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ I କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ବେହେରା ପରିଚଲାନା କରିଥିବା ବେଳେ ଏହି କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ର ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ତରଫରୁ ସମ୍ମାନିତ କରାଯାଇଥିଲା I ଶେଷରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଓ ପିଏମଶ୍ରୀ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା I ଏହି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଏଲିମା ପ୍ରିୟଦର୍ଶିନୀ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ I

Click to comment

Leave a Reply

Your email address will not be published. Required fields are marked *

ଚର୍ଚ୍ଚିତ ଖବର

To Top