ଭୁବନେଶ୍ବର:ତାତିରୁ ମିଳିବ ଆଶ୍ବସ୍ତି। କମିବ ଖରା ଓ ଗୁଳୁଗୁଳି। ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି।
