ରାଇକିଆ,୨୬/୩- ଦୁର୍ଗମ ଜଙ୍ଗଲ ମଧ୍ୟ ରେ ଘାଟି ପାହାଡ଼ ଚଢି ଗଲେ ପହଞ୍ଚି ହୁଏ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ମାଣିକେଶ୍ୱର ପଂଚାୟତ ର ଡ଼ାଙ୍ଗିସି ଗ୍ରାମ । ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ – ଗଞ୍ଜାମ ଜିଲ୍ଲା ସୀମାନ୍ତ ର ଏହି ଗ୍ରାମ ରେ ସରକାରଙ୍କ ଯୋଜନା ସଠିକ ଭାବେ ପହଞ୍ଚି ପାରୁନାହିଁ । ଏଭଳି ଏକ ଦୁର୍ଗମ ଅପହଞ୍ଚ ଇଲାକା କୁ ଯାଇ ଲୋକଙ୍କୁ ଭେଟିଛନ୍ତି ରାଇକିଆ ବିଡ଼ିଓ ସବ୍ୟସାଚୀ ସାହୁ । ରାସ୍ତା ଠାରୁ ଆରମ୍ଭ କରି ଶିକ୍ଷା, ସ୍ଵାସ୍ଥ୍ୟ ଭଳି ଜରୁରୀ ସେବା ରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ । ଗାଁ ରେ ପ୍ରାଥମିକ ବିଦ୍ୟାଳୟ ନାହିଁ କି ଅଙ୍ଗନବାଡ଼ି କେନ୍ଦ୍ର ନାହିଁ । ଗାଁ ରେ ଏକାଧିକ ପିଲା ବିଦ୍ୟାଳୟ ରେ ନାମ ଲେଖେଇ ନ ପାରି ଅଧାରୁ ପାଠ ଛାଡିଛନ୍ତି । ସର୍ବନିମ୍ନ ସ୍ଵାସ୍ଥ୍ୟ ସେବା ପାଇବାକୁ ହେଲେ 25 କିମି ଦୂର ରାଇକିଆ ସହର ଉପରେ ନିର୍ଭରଶୀଳ । ଏ ସବୁ ସମସ୍ୟା ଭିତରେ ସବୁ ଠାରୁ ବଡ ଚାଲେଞ୍ଜ ଭାବେ ଦେଖା ଦେଇଛି ରାସ୍ତା କାମ । ଅଧାପନ୍ତରିଅ ଭାବେ ରାସ୍ତା ରହି ଯାଇ ଥିବାରୁ ଗାଆଁ କୁ ଦୁଇ ଚକିଆ ଯାନ ମଧ୍ୟ ଯାଇ ପାରୁନାହିଁ । 14 ପରିବାର ବସବାସ କରୁଥିବା ଏହି ଗ୍ରାମ ରେ ସବୁ ଘର ମାଟି ଓ କଚା ଘର । ରାସ୍ତା ନଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁଁ ଘର ତିଆରି କରିପାରୁ ନାହାନ୍ତି । ଗାଁ ରେ ଥିବା ଏକ ମାତ୍ର ଚୂଆ ଓ ଝରଣା ପାଣି କୁ ବ୍ୟବହାର କରୁଛନ୍ତି ଗ୍ରାମବାସୀ । ଖରା ଦିନେ ଝରଣା ସୁଖିଗଲେ ଦୁଇ କିମି ପାହାଡ ଚଢି ପାଣି ଆଣିବାକୁ ପଡୁଛି । ଏସବୁ ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ସଙ୍ଘର୍ଷ କରୁଛନ୍ତି ଗ୍ରାମବାସୀ ।

Oplus_131072
ଏକ ସପ୍ତାହ ତଳେ ନୂତନ ବିଡ଼ିଓ ଭାବେ ଯୋଗ ଦେଇ ଥିବା ସବ୍ୟସାଚୀ ସାହୁ ଏହି ଗ୍ରାମ କୁ ଗସ୍ତ କରି ଲୋକଙ୍କ ସମସ୍ୟାକୁ ବୁଝିବା ସହ ସ୍ଥାନୀୟ ଲୋକେ କିପରି ତ୍ୱରିତ ସେବା ପାଇ ପାରିବେ ସେ ନେଇ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଏହି ଗ୍ରାମ ରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଦୁଇଟି କୂପ ଖୋଲା ଯାଇଛି । ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ରେ ଯେପରି ସମସ୍ତେ ଗୃହ ପାଇ ପାରିବେ ତାକୁ ପ୍ରାଥମିକତା ଭିତ୍ତି ରେ କରାଯିବା ସହ ଅଧାପନ୍ତରିଆ ରାସ୍ତା କୁ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ଯେପରି ଯାନ ବାହାନ ଚଳାଚଳ ଉପଯୋଗୀ ହୋଇପାରିବ ସେ ଦିଗରେ ପ୍ରାଥମିକତା ଦିଆଯିବ ବୋଲି ବିଡ଼ିଓ କହିଛନ୍ତି ।
